ବଙ୍ଗୋପସାଗରରେ ସୃଷ୍ଟିହେଲା ଲଘୁଚାପ; ୫ ଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତିପ୍ରବଳ ବର୍ଷା

ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ଏବଂ ପାର୍ଶ୍ୱବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହେବା ସହ ଏହି ଲଘୁଚାପ ପ୍ରଭାବରେ ଆସନ୍ତାକାଲି (ଶୁକ୍ରବାର) ଠାରୁ ଆଗାମୀ ୫ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗିରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

 ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଂଜାମ, ଖୋର୍ଦ୍ଧା ଏବଂ ପୁରୀ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା (୭ରୁ ୧୧ ସେମି) ହେବାର ସମ୍ଭାବନା ରହିଛି।ଉତ୍ତର ଆନ୍ଧ୍ର- ଦକ୍ଷିଣ ଓଡ଼ିଶା ଉପକୂଳରେ ସେପ୍ଟେମ୍ବର ୯ତାରିଖ ଦିନ ଉତ୍ତର ଆନ୍ଧ୍ର- ଦକ୍ଷିଣ ଓଡ଼ିଶା ଉପକୂଳରେ ପବନର ବେଗ ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିବା ସହ ୧୦ରୁ ୧୨ ସେପ୍ଟେଟର ୨୦୨୨ ମଧ୍ୟରେ ପଶ୍ଚିମବଙ୍ଗର ପଶ୍ଚିମ-ପଶ୍ଚିମ ଉପକୂଳ ଏବଂ ଉତ୍ତର-ପଶ୍ଚିମରେ ପବନର ବେଗ ଘଣ୍ଟା ପ୍ରତି ୪୫ରୁ ୫୫ କିଲୋମିଟର ରହିବ।ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି ଯେ ୧୦ରୁ ୧୨ସେପ୍ଟେମ୍ବର, ୨୦୨୨ ମଧ୍ୟରେ ଦକ୍ଷିଣ ଓଡ଼ିଶା ଉପକୂଳରେ ଏବଂ ଓଡ଼ିଶା ଉପକୂଳ ଏବଂ ପଶ୍ଚିମ ଉପକୂଳ ଏବଂ ପଶ୍ଚିମ ଉପକୂଳରେ ୧୦ ରୁ ୧୨ ସେପ୍ଟେଟର ମଧ୍ୟରେ ପଶ୍ଚିମ ବଙ୍ଗୋପସାଗରରେ ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।

Leave a Reply

Your email address will not be published. Required fields are marked *