ଅକ୍ଟୋବର ପହିଲାରେ ଲଘୁଚାପ ! ୨୯ରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୯ରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ। ଅକ୍ଟୋବର ପହିଲାରେ ଲଘୁଚାପ ସମ୍ଭାବନା । ସେପ୍ଟେମ୍ବର ୨୯ ତାରିଖ ବେଳକୁ ଉତ୍ତର ଆଣ୍ଡାମାନସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ପରବର୍ତ୍ତୀ ୪୮ଘଣ୍ଟାରେ ଉତ୍ତର ଆଣ୍ଡାମାନ ସାଗର ପାର୍ଶ୍ଵବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସମ୍ଭାବନା ରହିଛି। ଏହି ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ଏହା ଘନୀଭୂତ ହେବା ପାଇଁ ପାଗ ଅନୁକୂଳ ରହିଛି । ଏହା ଘନୀଭୂତ ହୋଇ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବ। ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

Advertisement

Leave a Reply

Your email address will not be published. Required fields are marked *