ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ.

ଭୁବନେଶ୍ବର: ଓଡ଼ିଶାରେ ପ୍ରବେଶ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଦକ୍ଷିଣ ଓଡ଼ିଶାରେ ପ୍ରବେଶ କରିସାରିଛି ମୌସୁମୀ ବାୟୁ । ମାଲକାନଗିରିର ଅଧିକାଂଶ ଅଞ୍ଚଳରେ ମୌସୁମୀ ସକ୍ରୀୟ ହୋଇଛି। ସ୍ବାଭାବିକ ସମୟର ୪ ଦିନ ପୂର୍ବରୁ ଓଡ଼ିଶା ଛୁଇଁଥିବା ସୂଚନା । ଏ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କାଲି ରାତିଠୁ ମାଲକାନଗିରିର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଥିବା ବେଳେ ଆଜି ମୌସୁମୀ ବାୟୁ ସକ୍ରିୟ ରହିଛି। ପର୍ଯ୍ୟାୟକ୍ରମେ ରାଜ୍ୟର ଅନ୍ୟ ଅଞ୍ଚଳରେ ମୌସୁମୀ ସକ୍ରିୟ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Advertisement

Leave a Reply

Your email address will not be published. Required fields are marked *