ବାତିଲ ହେଲା +୨ ପରୀକ୍ଷା, ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ବର: ବାତିଲ ହେଲା ଦ୍ୱାଦଶ ଶ୍ରେଣୀ ବା ଯୁକ୍ତ ଦୁଇ ପରୀକ୍ଷା। ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ବାତିଲ କଲେ ରାଜ୍ୟ ସରକାର। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। କରୋନାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର. କରୋନାର ଦ୍ୱିତୀୟ ଲହର ଭୟଙ୍କର ସ୍ଥିତି ସୃଷ୍ଟି କରିଥିବା ବେଳେ ପ୍ରତିଟି ଜୀବନର ସୁରକ୍ଷା ଏବେ ରାଜ୍ୟ ସରକାରଙ୍କ ସବୁଠୁ ପ୍ରାଥମିକତା ପାଲଟିଛି। ଏଭଳି ସ୍ଥଳେ ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଚଳିତ ବର୍ଷର ଦ୍ବାଦଶ ଶ୍ରେଣୀ ପରୀକ୍ଷାକୁ ବାତିଲ କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ କହିଛନ୍ତି ଜୀବନ ଆଗ, ବାକି ସବୁ ପଛ। ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ପରୀକ୍ଷା ଠାରୁ ଅଧିକ ଗୁରୁତ୍ୱପୂର୍ଣ୍ଣ।

Advertisement

Leave a Reply

Your email address will not be published. Required fields are marked *