ଭାରତ- ଇଂଲଣ୍ଡ ୩ୟ ଟେଷ୍ଟ,ପ୍ରଥମ ଦିନରେ ରୋହିତ ଓ ଜାଡେଜାଙ୍କ ଶତକ ।

ରାଜକୋଟ: ରାଜକୋଟରେ ଖେଳାଯାଉଛି ଭାରତ ଓ ଇଂଲଣ୍ଡ ମଧ୍ୟରେ ୩ୟ ଟେଷ୍ଟ । ଟସ ଜିତି ଭାରତ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ଏହି ୩ୟ ଟେଷ୍ଟର ପ୍ରଥମ ଦିନ ଖେଳ ଶେଷସୁଦ୍ଧା ଭାରତ ୫ ଓ୍ବିକେଟରେ ୩୨୬ ରନ କରିଛି। ପ୍ରଥମ ଦିନରେ ଭାରତ ପକ୍ଷରୁ ରୋହିତ ଶର୍ମା ଓ ରବୀନ୍ଦ୍ର ଜାଡେଜାଙ୍କ ବ୍ୟାଟରୁ ଶତକୀୟ ଇଂନିସ ଦେଖିବାକୁ ମିଳିଥିଲା। ସହିପରି ସରଫରାଜ ଖାଁ ୬୨ ରନ କରି ରନଆଉଟ ହୋଇଥିଲେ ।

ଭରତ ପକ୍ଷରୁ ଯଶସ୍ବୀ ଜୟସ୍ବାଲ ମାତ୍ର ୧୦ ରନ କରି ଆଉଟ ହୋଇଥିଲେ । ଏହା ପରେ ପରେ ଶୁଭମନ ଗିଲ ଓ ରଜତ ପଟିଦାର ଯଥାକ୍ରମେ ୦ ଓ ୫ ରନ କରି ଆଉଟ ହୋଇଥିଲେ । ତେବେ ରୋହିତ ଓ ରବୀନ୍ଦ୍ର ଜାଦେଜା ଏକ ଭଲ ପାର୍ଟନରସିପ କରିଥିଲେ । ରୋହିତ ୧୩୧ ରନ କରି ଆଉଟ ହୋଇଥିବାବେଳେ ଜାଦେଜା ୧୧୦ ରନ କରି ଅପରାଜିତ ଅଛନ୍ତି । ତାଙ୍କ ସହ କ୍ରିଜରେ ଅଛନ୍ତି କୂଳଦୀପ ଯାଦବ । ସରଫରାଜ ଖାଁ ୬୨ ରନ କରି ରନଆଉଟ ହୋଇଥିଲେ ।

Leave a Reply

Your email address will not be published. Required fields are marked *