ନୟାନ୍ତ କରିବ ତାତି! ଦ୍ଵିତୀୟ ସପ୍ତାହ ଶେଷ ପର୍ଯ୍ୟନ୍ତ ରହବ ପ୍ରଭାବ.

ଭୁବନେଶ୍ୱର: ରାଜ୍ୟକୁ ପୁଣି ଫେରିବ ତାତି। ଅସହ୍ୟ ତାତି ଓ ଗ୍ରୀଷ୍ମପ୍ରବାହରେ ଆଉଟୁପାଉଟୁ ହେବେ ରାଜ୍ୟବାସୀ। ଆଜି (ବୁଧବାର)ଠାରୁ ଅପ୍ରେଲ ଦ୍ୱିତୀୟ ସପ୍ତାହ ଶେଷ ପର୍ଯ୍ୟନ୍ତ ପ୍ରଚଣ୍ଡ ରୌଦ୍ରତାପରେ ଜଳିବ ଓଡ଼ିଶା। ରାଜ୍ୟର ତାପମାତ୍ରା ପ୍ରାୟ ୩-୪ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ। ଫଳରେ ରାଜ୍ୟର ଅଧିକାଂଶ ସ୍ଥାନର ତାପମାତ୍ରା ୪୦ ଡିଗ୍ରି ଅତିକ୍ରମ କରିବ ଏବଂ ଅତ୍ୟଧିକ ତାତି ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇଯିବ
।ବିଶେଷ କରି ପଶ୍ଚିମ ଓ ଆଭ୍ୟନ୍ତର ଓଡ଼ିଶାର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ , ସୋନପୁର, ବୌଦ୍ଧ, ବରଗଡ଼, ବଲାଙ୍ଗୀର, ନୂଆପଡ଼ା ଓ ନବରଙ୍ଗପୁର ଆଦି ଜିଲ୍ଲାର ତାପମାତ୍ରା ୪୦ ଡିଗ୍ରି କିମ୍ବା ତା ଠାରୁ ଉପରେ ରହିବ। ଏହି ସମୟରେ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଖରାରେ ବାହାରକୁନ ବାହାରିବା ପାଇଁ ଜନସାଧାରଣଙ୍କୁ ସତର୍କ କରାଇ ଦେଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

Advertisement

Leave a Reply

Your email address will not be published. Required fields are marked *