ରାଜ୍ୟରେ ଆଉ ୨୯୭ ଆକ୍ରାନ୍ତ ଚିହ୍ନଟ । କଳାହାଣ୍ଡିରୁ ସର୍ବାଧିକ ୫୭ ।

ଭୁବନେଶ୍ଵର: ରାଜ୍ୟରେ ପୁଣି ୨୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୭୪ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୨୩ ଜଣ ସ୍ଥାନୀୟ ସଂକ୍ରମିତ । ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୪୦ ହଜାର ୯୧୭ରେ ପହଞ୍ଚିଛି । ଏବଂ ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୬ ହଜାର ୯୩୦ ଜଣ । ଓ  ଏବେ ବି ୨୦୧୩ ଜଣ ସକ୍ରିୟ ଅଛନ୍ତି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୬ ଜଣ, ବରଗଡ଼ରୁ ୧୮ ଜଣ, ଭଦ୍ରକରୁ ୨ ଜଣ, ବଲାଙ୍ଗୀରରୁ ୫ ଜଣ, କଟକରୁ ୧୭ ଜଣ, ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ୭ ଜଣ, ଜଗତ୍‌ସିଂହପୁରରୁ ୨ ଜଣ, ଯାଜପୁରରୁ ୫ ଜଣ, ଝାରସୁଗୁଡାରୁ ୫ ଜଣ, କଳାହାଣ୍ଡିରୁ ୫୭ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ୧୨ ଜଣ, ଖୋର୍ଦ୍ଧାରୁ ୩୩ ଜଣ, କୋରାପୁଟରୁ ୫ ଜଣ, ମୟୂରଭଞ୍ଜରୁ ୭ ଜଣ, ନବରଙ୍ଗପୁରରୁ ୩ ଜଣ, ନୟାଗଡ଼ରୁ ୨ ଜଣ, ନୂଆପଡ଼ାରୁ ୩୧ ଜଣ, ପୁରୀରୁ ୬ ଜଣ, ସମ୍ବଲପୁରରୁ ୧୭ ଜଣ, ସୋନପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୩୮ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ‌ହୋଇଛନ୍ତି ।

Leave a Reply

Your email address will not be published. Required fields are marked *