ସାମ୍ବାଦିକଙ୍କୁ ଟିକା ଦେବା ଲାଗି କେନ୍ଦ୍ରକୁ ଚିଠି ଲେଖିଲା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ।

ଭୁବନେଶ୍ଵର : ସାମ୍ବାଦିକମାନଙ୍କୁ କୋରନା ଟିକା ଦେବା ଲାଗି କେନ୍ଦ୍ରକୁ ଚିଠି ଲେଖିଛନ୍ତି ରାଜ୍ୟ ସରକାର। ଟିକାକରଣରେ ଗଣମାଧ୍ୟମ ପ୍ରତିନିଧି, ବିଭିନ୍ନ ମନ୍ଦିରର ସେବାୟତ, ରେଳ-ବିମାନ ଓ ଜଳପରିବହନ କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ବିଦ୍ୟୁତ ଓ ଜଳଯୋଗାଣ କର୍ମଚାରୀଙ୍କୁ ସାମିଲ କରିବା ପାଇଁ ସ୍ବାସ୍ଥ୍ୟ ବିଭାଗ ଚିଠି ଲେଖିଛି। ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଟିକାକରଣରେ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମର ସାମ୍ବାଦିକଙ୍କୁ ସାମିଲ କରାଯିବା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟର ସଚିବଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି ।

Leave a Reply

Your email address will not be published. Required fields are marked *