ପାଣିପାଗ ବିଭାଗର ସୂଚନା ପରେ ବଢିଲା ବାତ୍ୟା ଆଶଙ୍କା

ସ୍ଵର ବ୍ୟୁରୋ: ବଢିଲା ବାତ୍ୟା ଆଶଙ୍କା । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ ପରେ ବଢିଲା ବାତ୍ୟା ଆଶଙ୍କା । ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଗତକାଲିର ଘୂର୍ଣ୍ଣିବଳୟ ଆଜି ସକାଳ ସାଢ଼େ ୮ଟାରେ ପାଖାପାଖି ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୁର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟିହେବାର ସମ୍ଭାବନା ରହିଛି।

ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତ ରେ ପରିଣତ ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏହା ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ବାତ୍ୟାର ରୂପ ନେବ ବୋଲି ଅନୁମାନ କରାଯାଉଛି ।

ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟଗତକାଲି ତୁଳନାରେ ଅଧିକ ଘନୀଭୂତ ହେବାରେ ଲାଗିଛି। ଏହାର ପ୍ରଭାବରେ ୨୦ ତାରିଖ ମଧ୍ୟରେ ପୂର୍ବ-କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

ପାଣିପାଗ ବିଜ୍ଞାନୀଙ୍କ ମତରେ ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଧୀରେ ଧୀରେ ଅଧିକ ଘନୀଭୂତ ହେବ ଓ ୨୦ ତାରିଖ ଆଡ଼କୁ ଏକ ଲଘୁଚାପର ରୂପ ନେବ। ପରବର୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି।  ତେବେ ବାତ୍ୟାର ପ୍ରଭାବ କେତେ ରହିବ ଓ ଏହା କେତେ ଶକ୍ତିଶାଳୀ ହେବ ସେ ନେଇ ସଠିକ୍‌ ଆକଳନ ହୋଇନଥିଲେ ମଧ୍ୟ ଚଳିତ ବର୍ଷ ଦୀପାବଳି ବର୍ଷାରେ ଭିଜିବ ବୋଲି ଏକ ପ୍ରକ‌ା‌ର ସ୍ପଷ୍ଟ ହୋଇଯାଇଛି। ଆସନ୍ତା ୨୪ରୁ ୨୬ ତାରିଖ ଯାଏ ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ପ୍ରବଳ ବର୍ଷା ହେବ।

Leave a Reply

Your email address will not be published. Required fields are marked *