IAS ପ୍ରଦୀପ କୁମାର ଜେନା ନୂଆ ମୁଖ୍ୟ ଶାସନ ସଚିବ, ମାର୍ଚ୍ଚ ୧ ତାରିଖରେ ନେବେ ଦାୟିତ୍ବ

ଭୁବନେଶ୍ବର: ଓଡ଼ିଶାକୁ ନୂଆ ମୁଖ୍ୟ ଶାସନ ସଚିବ ମିଳିଛି। ପ୍ରଦୀପ କୁମାର ଜେନା ରାଜ୍ୟ ସରକାରଙ୍କ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହେବେ। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରଦୀପ ଜେନା ଆସନ୍ତା ୧ ତାରିଖରେ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କରିବେ। ସେ ବର୍ତ୍ତମାନର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଦାୟିତ୍ବ ତୁଲାଇବେ। ସୂଚନାଯୋଗ୍ୟ, ୧୯୮୯ ବ୍ୟାଚ୍‌ର ଭାରତୀୟ ପ୍ରଶାସନିକ ଅଧିକାରୀ (ଆଇଏଏସ୍‌) ବର୍ତ୍ତମାନ ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ରିଲିଫ କମିସନର ଅଛନ୍ତି। ଆସନ୍ତା ୨୮ ତାରିଖରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ କାର୍ଯ୍ୟକାଳ ଶେଷ ହେଲା ପରେ ସେ ତାଙ୍କ ସ୍ଥାନରେ ନୂଆ ଦାୟିତ୍ବ ଗ୍ରହଣ କରିବେ

Advertisement

Leave a Reply

Your email address will not be published. Required fields are marked *