ବିଜେଡିର ବାଚସ୍ପତି ପ୍ରାର୍ଥୀ ହେଲେ ପ୍ରମିଳା ମଲ୍ଲିକ

ଭୁବନେଶ୍ୱର: ଯାଜପୁର ବିଞ୍ଛାରପୁର ବିଧାୟିକା ତଥା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ବାଚସ୍ପତି ପ୍ରାର୍ଥୀ ଭାବେ ବିଜେଡି ଘୋଷଣା କରିଛି | ନୂଆଁଖାଇ ପାଇଁ ୨୧ ପରିବର୍ତ୍ତେ ୨୨ ତାରିଖରେ ବାଚସ୍ପତି ନିର୍ବାଚନ ହେବ । ୨୧ ତାରିଖରେ ନାମାଙ୍କନ ଦାଖଲ ହେବାକୁ ଥିବା ବେଳେ ୨୨ ତାରିଖ ସକାଳ ୯.୩୦ରେ ନିର୍ବାଚନ ହେବ। ସେପ୍ଟେମ୍ବର ୨୨ରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ ଏହିଦିନ ସକାଳ ୯ଟା ୩୦ରେ ବାଚସ୍ପତି ନିର୍ବାଚନ ହେବ।ଏହାପରେ ବିଧାନସଭା ଅଧିବେଶନ ଆରମ୍ଭ ହେବ ବୋଲି ଜଣାପଡ଼ିଛି। ଉଲ୍ଲେଖ ଥାଉ କି ବିଜେଡି ଶିବିରରେ ଆଲୋଚନା ଜୋର ଧରିଥିଲା ଯେ ଏଥର ଦଳ ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆଙ୍କୁ ବାଚସ୍ପତି କରିପାରେ। ଆସନ୍ତା ସାଧାରଣ ନିର୍ବାଚନ ପୂର୍ବରୁ ବିଜେଡି ମହିଳା କାର୍ଡ ଖେଳିବାକୁ ଚାହୁଁଥିବାରୁ ସ୍ନେହାଙ୍ଗିନୀଙ୍କୁ ଓଡ଼ିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତି କରିବାକୁ ଆପାତତଃ ନିଷ୍ପତ୍ତି ନେଇଥିବା କୁହାଯାଉଥିଲା । ତେବେ ସବୁ ଚର୍ଚ୍ଚାର ଅନ୍ତ ଘଟାଇ ବିଜେଡି ସୁପ୍ରିମୋ ପ୍ରମିଳା ମଲ୍ଲିକ ବାଚସ୍ପତି ପ୍ରାର୍ଥୀ ହେବେ ବୋଲି ଘୋଷଣା କରିଛନ୍ତି |

Advertisement

Leave a Reply

Your email address will not be published. Required fields are marked *