ରାଜ୍ୟରେ ଜାତୀୟ ରାଜପଥ ପ୍ରକଳ୍ପଗୁଡ଼ିକୁ ନିର୍ଦ୍ଧାରିତ ସମୟରେ ଶେଷ କରିବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗରୁତ୍ବ

ଭୁବନେଶ୍ୱର: ଭୁବନେଶ୍ୱର ଠାରେ ଜାତୀୟ ରାଜପଥ ଓ ଭାରତୀୟ ଜାତୀୟ ରାଜପଥ କର୍ତ୍ତୃପକ୍ଷ ଅଧିକାରୀଙ୍କ ସହ ରାଜ୍ୟରେ ହେଉଥିବା ଜାତୀୟ ରାଜପଥ ପ୍ରକଳ୍ପ ଅଗ୍ରଗତି ନେଇ ରବିବାର ସମୀକ୍ଷା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭାରତମାଳା ଯୋଜନାରେ କୋଷ୍ଟାଲ ହାଇଓ୍ୱେ ପ୍ରକଳ୍ପର ଅଗ୍ରଗତି, ଭୁବନେଶ୍ୱର ରିଙ୍ଗ୍ ରୋଡ୍ ପ୍ରକଳ୍ପ, ପାରାଦୀପ ଠାରୁ ବଡ଼ବିଲ ମଧ୍ୟରେ ପ୍ରସ୍ତାବିତ ୮ ଲେନ୍ ବିଶିଷ୍ଟ ଅର୍ଥନୈତିକ କରିଡର ଏବଂ ରାଜ୍ୟରେ ନିର୍ମାଣାଧୀନ ବିଭିନ୍ନ ରାଜପଥ ପ୍ରକଳ୍ପ ସହ ଆଗାମୀ ଦିନରେ ହେବାକୁ ଥିବା ପ୍ରକଳ୍ପ ଉପରେ ସମୀକ୍ଷା କରିଛନ୍ତି।

ଜାତୀୟ ରାଜପଥ ପ୍ରକଳ୍ପ ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ପ୍ରଧାନମନ୍ତ୍ରୀଙ୍କ ‘ପୂର୍ବୋଦୟ’ ପରିକଳ୍ପନାରେ ପୂର୍ବ ଭାରତର ଭିତ୍ତିଭୂମିର ବିକାଶ ହେବ ଏବଂ ପୂର୍ବ ଭାରତର ବିକାଶର କେନ୍ଦ୍ରବିନ୍ଦୁରେ ଓଡ଼ିଶା ରହିବ। ଏହି ସମୀକ୍ଷା ବୈଠକରେ ଉପରୋକ୍ତ ସମସ୍ତ ପ୍ରକଳ୍ପ କିଭଳି ନିର୍ଦ୍ଧାରିତ ସମୟରେ ଶେଷ ହେବ, ସେନେଇ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଗୁରୁତ୍ୱାରୋପ କରିଛନ୍ତି ।

Leave a Reply

Your email address will not be published. Required fields are marked *