ସ୍ନାନପରେ ଗଜ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧା ମୂର୍ତ୍ତି, କାଲିଠାରୁ ଅଣସର ନୀତି ।

ପୁରୀ: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ରତ୍ନବେଦୀ ଛାଡ଼ି ସ୍ନାନ ବେଦୀରେ ଦର୍ଶନ ଦେଇଛନ୍ତି ଶ୍ରୀଜିଉ। ସ୍ନାନବେଦୀ ମହାପ୍ରଭୂଙ୍କ ସ୍ନାନ ନୀତି ସଂପର୍ଣ୍ଣ ହୋଇଛି। ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଥିଲେ ଶ୍ରୀଜିଉ। ମହାସ୍ନାନ ପରେ ଶ୍ରୀଜିଉଙ୍କ ହାତୀବେଶ ଦର୍ଶନ ଅନୁଷ୍ଠିତ ହେବ। ଅତ୍ୟଧିକ ସ୍ନାନ ଯୋଗୁଁ ମହାପ୍ରଭୁ ଜ୍ବରରେ ପୀଡିତ ହୋଇ ଅଣସର ଘରେ ଅବସ୍ଥାନ କରିବେ। ଅଣସର ଘରେ ଗୁପ୍ତ ସେବା ଉପଚାର ଆଗାମୀ ୧୫ଦିନ ଧରି ଜାରି ରହିବ।

ଚଳିତ ବର୍ଷ କରୋନା କଟକଣା ଯୋଗୁଁ ବିନା ଭକ୍ତରେ ସ୍ନାନ ପୁର୍ଣିମା ନୀତି କରାଯାଇଛି। ସ୍ନାନ ପୂର୍ଣ୍ଣିମା ପାଇଁ ସହରର ବିଭିନ୍ନ ସ୍ଥାନରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। ସୁରକ୍ଷା ବ୍ୟବସ୍ଥା ଲାଗି ସହରକୁ ୬ଟି ଜୋନରେ ବିଭକ୍ତ କରାଯାଇଛି। ୫ ଜଣ ଅତିରିକ୍ତ ଏସପି, ୩୫ ପ୍ଲାଟୁନ ଫୋର୍ସ, ୨୩ ଡିଏସ୍ପି, ୪୧ରୁ ଅଧିକ ଇନ୍ସପେକ୍ଟର ଓ ୧୫୦ରୁ ଅଧିକ ଅଧିକାରୀ ମୁତୟନ ହୋଇଛନ୍ତି। ଶ୍ରୀମନ୍ଦିର ଚତୁଃପାର୍ଶ୍ୱ, ବଡ଼ଦାଣ୍ଡ ଓ ପୁରୀ ପ୍ରବେଶ ପଥରେ ୧୫ଟି ସିସିଟିଭି କ୍ୟାମେରା ଲାଗିଛି।

ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରୀଜୀଉଙ୍କ ଦିବ୍ୟ ମହାସ୍ନାନ ଅନୁଷ୍ଠିତ ହୋଇଥାଏ । ସ୍ନାନ ପରେ ମହାପ୍ରଭୁଙ୍କ ଗଜାନନ ବେଶ ଅନୁଷ୍ଠିତ ହୋଇଥାଏ । ଗଜାନନ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେବା ପରେ ମହାପ୍ରଭୂଙ୍କ ହାତୀବେଶ ମଇଲମ ବା ଓଲାଗି କରାଯାଏ । ଏହା ପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ବାହୁଡ଼ା ପହଣ୍ଡି ଅନୁଷ୍ଠିତ ହୁଏ । ଆଜି ମହାପ୍ରଭୁଙ୍କ ସ୍ନାନ ବେଦୀରେ ସମସ୍ତ ନୀତିକାନ୍ତି ସେଶ ହେବାପରେ ଆରମ୍ଭ ହୋଇଛି ଅଣସର ପହଣ୍ଡି । ରାତି ୮ଟା ସୁଦ୍ଧା ପହଣ୍ଡି ଶେଷ ହେବ । ଏହା ପରେ ମହାପ୍ରଭୂଙ୍କ ରାହୁରେଖା ଓ ସୁନାଚିତା ଓଲାଗି ପରେ ତାଟିବନ୍ଧା ଓ ଦଶାବତାର ବିଜେ ନୀତି ଅନୁଷ୍ଠିତ ହେବ ।

କରୋନା କଟକଣା ଦୃଷ୍ଟିରୁ ଗତ ବର୍ଷ ପରି ଏବର୍ଷ ମଧ୍ୟ ବିନା ଭକ୍ତରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହୋଇଛି । ତେବେ ଆଜି ସ୍ନାନମଣ୍ଡପରେ ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଛେରାପହରା କରିନଥିଲେ । ଗଜପତିଙ୍କ ତରଫରୁ ତାଙ୍କ ପ୍ରତିନିଧି ମୁଦିରସ୍ତ ସ୍ନାନ ମଣ୍ଡପରେ ଛେରା ପହରା କରିଥିଲେ ।

ଅଧିକ ଫୋଟୋ ଦେଖନ୍ତୁ :

Leave a Reply

Your email address will not be published. Required fields are marked *