ପ୍ରବଳ ବର୍ଷା ସମ୍ଭାବନା ,ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସଆରସି.

ଭୁବନେଶ୍ବର : ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ଶନିବାର ସକାଳେ ଅଧିକ ଘନୀଭୂତ ହୋଇ ଲଘୁଚାପର ରୂପ ନେଇଛି। ଏହି ଲଘୁଚାପ କ୍ଷେତ୍ର ଆସନ୍ତା ୪୮ ଘଣ୍ଟାରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ଏବଂ ଧୀରେଧୀରେ ଅଧିକ ଘନୀଭୂତ ହୋଇ ଅବପା‌ତରେ ପରିଣତ ହେବ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଉତ୍ତର ଓଡ଼ିଶା ତଥା ପଶ୍ଚିମବଙ୍ଗ ଉପକୂଳ ଉପରେ ଏହା ଅବପାତର ରୂପ ନେବ। ଏହାର ପ୍ରଭାବରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ପୁରୀ, ‌ଖୋର୍ଧା‌, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା‌, ଢ଼େଙ୍କାନାଳ ଓ ନୟାଗଡ଼ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି।

ତେବେ ବର୍ଷା ମୁକାବିଲା ପାଇଁ ଜିଲ୍ଲାପାଳଙ୍କୁ ସ୍ବତନ୍ତ୍ର ରିଲିଫ୍ କମିସନର (ଏସଆରସି) ଚିଠି ଲେଖିଛନ୍ତି। ଜିଲ୍ଲାପାଳଙ୍କୁ ପରାମର୍ଶ ଦେଇ ଲେଖିଛନ୍ତି, ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ସଜାଗ ରହିବାକୁ ହେବ। ରେଡ୍, ଅରେଞ୍ଜ ଓ ‌ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାର ବାସିନ୍ଦାଙ୍କୁ ସତର୍କ ରହିବାକୁ ହେବ। ଏଥିସହିତ ତଳିଆ ଅଞ୍ଚଳରୁ ଜଳ ନିଷ୍କାସନ ପ୍ରତି ଦୃଷ୍ଟି ଦେବାକୁ ମଧ୍ୟ କୁହାଯାଇଛି । ଏହାସହ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ଭଳି ସ୍ଥିତି ମଧ୍ୟ ଉପୁଜିପାରେ। ଏଥିପ୍ରତି ନଜର ରଖିବାକୁ ଏସଆରସି ପରାମର୍ଶ ଦେଇଛନ୍ତି । ଏହି ସମୟରେ ସମୁଦ୍ର ଭିତରକୁ ମତ୍ସଜୀବୀମାନଙ୍କୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।ଜିଲ୍ଲାରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ ଖୋଲିବା ସହିତ  ବିଡିଓ, ତହସିଲଦାର ଏବଂ ଗ୍ରାମ ଉନ୍ନୟନ ବିଭାଗର କର୍ମଚ‌ାରୀଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଅଯାଇଛି। ଏଥିସସହିତ ବର୍ଷାରେ କ୍ଷତିଗ୍ରସ୍ତ ରାସ୍ତାଘାଟ ମରାମତି ଲାଗି ମଧ୍ୟ ନିର୍ଦ୍ଦେଶ ରହିଛି।

Leave a Reply

Your email address will not be published. Required fields are marked *