ରାଜ୍ୟରେ ଠିକା ନିଯୁକ୍ତିର ଯୁଗ ଶେଷ, ନିୟମିତ ‌ହେବେ ୫୭ ହଜାରରୁ ଊର୍ଦ୍ଧ୍ବ ଠିକା କର୍ମଚାରୀ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟବାସୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ନିଷ୍ପତ୍ତି ନିଆଯାଇଥିବା ନେଇ  ମୁଖ୍ୟମନ୍ତ୍ରୀ ଶନିବାର ସନ୍ଧ୍ୟାରେ ଏହି ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ରାଜ୍ୟରୁ ଠିକା ନିଯୁକ୍ତିର ଯୁଗ ଶେଷ ହୋଇଛି। ରାଜ୍ୟର ସମସ୍ତ ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ନିଯୁକ୍ତି ନିୟମିତ ହେବ। ଏହା ଦ୍ବାରା ୫୭ ହଜାରରୁ ଊର୍ଦ୍ଧ୍ବ କର୍ମଚାରୀ ଉପକୃତ ହେବେ। ରାଜ୍ୟ ସରକାର ଏଥି ପାଇଁ  ରାଜ୍ୟ ସରକାରଙ୍କ ପାଣ୍ଠିରୁ ୧୩ ଶହ କୋଟି ଟଙ୍କା ଅଧିକ ଖର୍ଚ୍ଚ ହେବ। ତେବେ ଏନେଇ ଆସନ୍ତାକାଲି ବିଦ୍ଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବ।

ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି, ଆପଣମାନଙ୍କର ଆଶୀର୍ବାଦରେ ୨୦୦୦ ମସିହାରୁ ରାଜ୍ୟବାସୀଙ୍କ ସେବା କରିବାର ସୁଯୋଗ ପାଇପାରିଛି। ମହାବାତ୍ୟା ପର ସ୍ଥିତି ଓ ଦୁର୍ବଳ ଆର୍ଥିକ ଅବସ୍ଥା ତାଙ୍କ ପାଇଁ ସବୁଠାରୁ ବଡ ଚ୍ୟାଲେଞ୍ଜ ଥିଲା । ସେତେବେଳେ ରାଜ୍ୟ ଓଭର ଡ୍ରାଫ୍ଟରେ ଚାଲୁଥିଲା। ନିତିଦିନ ଖର୍ଚ୍ଚ ପାଇଁ ସରକାରଙ୍କୁ ରିଜର୍ଭ ବ୍ୟାଙ୍କ ଉପରେ ନିର୍ଭର କରିବାକୁ ପଡୁଥିଲା । ତେବେ ଓଡିଶା ଅର୍ଥନୀତି ପାଇଁ ଏହା ଏକ କଳା ସମୟ ଥିଲା ।

Leave a Reply

Your email address will not be published. Required fields are marked *