ପୁଣି ଉତପ୍ତ ବୌଦ୍ଧ ଜିଲା,ତାପମାତ୍ରା ୪୫ ଡିଗ୍ରି, ୪୪. ୭ ଡ଼ିଗ୍ରୀ ରେସିଝିଲା ଅନୁଗୋଳ।

ବୁବନେଶ୍ବର : ବିଗତ ଏକ ସପ୍ତାହ ହେବ ସମଗ୍ର ରାଜ୍ୟ ସମେତ ଭୁବନେଶ୍ବରରେ ମଧ୍ୟ ଗ୍ରୀଷ୍ମ ଲହର ଜାରି ରହିଛି। ପ୍ରବଳ ଖରା ସହିତ ଗରମ ଯୋଗୁଁ ରାଜ୍ୟବାସୀ ଅସ୍ତବ୍ୟସ୍ତ ହୋଇପଡ଼ିଛନ୍ତି। ଆଜି ବୌଦ୍ଧରେ ପୁଣି ୪୫ ଡିଗ୍ରି ତାପମାତ୍ରା ରେକର୍ଡ କରାଯାଇଛି। ଗତକାଲି ମଧ୍ୟ ବୌଦ୍ଧ ସହରରେ ୪୫ ଡିଗ୍ରି ତାପମାତ୍ରା ସେହିପରି ଅନୁଗୋଳ ଜିଲାରେ ତାପମାତ୍ରା ୪୪.୭ ଡ଼ିଗ୍ରୀ  ରେକର୍ଡ ହୋଇଥିବା ବେଳେ ଏହା ରାଜ୍ୟର ଦ୍ଵିତୀୟ ସର୍ବାଧିକ ତାପମାତ୍ରା ବୋଲି ଜଣାପଡିଛି ।

 । ଆଜି ୫ଟି ସହରର ତାପମାତ୍ରା ୪୪ ଡିଗ୍ରି ଉପରେ, ୯ଟି ସହରର ତାପମାତ୍ରା ୪୩ ଡିଗ୍ରି ଉପରେ ଓ ୨୫ଟି ସହରର ତାପମାତ୍ରା ୪୦ ଡିଗ୍ରି ଉପରେ ରହିିଛି।ଭୁବନେଶ୍ବରରେ ଆଜି ଦିନର ସର୍ବୋଚ୍ଚ ତାପମାତ୍ରା ୪୦.୨ ଡିଗ୍ରି ରେକର୍ଡ କରାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ କମିସନର (ଏସ୍‌ଆରସି) ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଆଧାରରେ ଏସ୍‌ଆରସି ପକ୍ଷରୁ ଅନୁଗୁଳ, ବୌଦ୍ଧ, ବଲାଙ୍ଗୀର, ଦେବଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଂଜ, ସମ୍ବଲପୁର, ସୁବର୍ଣ୍ଣପୁର ଓ ସୁନ୍ଦରଗଡ଼ ଜିଲ୍ଲାପାଳଙ୍କୁ ଚିଠି ଲେଖଯାଇଛି।  ଆଇଏମ୍‌ଡି ପକ୍ଷରୁ ଏହି ଜିଲ୍ଲା ଗୁଡ଼ିକ ପାଇଁ ୟୋଲୋ ଓ୍ଵାର୍ଣ୍ଣିଂ ଜାରି କରିଛି।

ଏସ୍‌ଆରସି ପକ୍ଷରୁ କୁହାଯାଇଛି ଯେ, ଜନସାଧାରଣଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଉପରୋକ୍ତ ଜିଲ୍ଲା ପ୍ରଶାସନ ସତର୍କତାମୂଳକ ପଦକ୍ଷେପ ନେଉ। ତାପମାତ୍ରା ବଢ଼ିବାକୁ ଥିବା ବେଳେ ଶିଶୁ ଓ ବୟସ୍କଙ୍କ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହେବାକୁ ପଡ଼ିବ। ଟାଣ ଖରା (ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା)ରେ ଲୋକଙ୍କୁ ବାହାରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି। ଆବଶ୍ୟକ ଅନୁସାରେ ପଦକ୍ଷେପ ନେବା ପାଇଁ ଏସ୍‌ଆରସି ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

Leave a Reply

Your email address will not be published. Required fields are marked *