ଆଜି ଓଡ଼ିଶାରେ ପୁଣି ୪୩ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ଭୁବନେଶ୍ଵର : ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ବ୍ରେକ ଲାଗୁ ନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୩ ଜଣଙ୍କ ଜୀବନ ନେଇଛି ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୨୧୦ କୁ ବୃଦ୍ଧି ପାଇଛି। ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, ଅନୁଗୋଳ , ବରଗଡ, କଟକ ଓ ସୁନ୍ଦରଗଡରୁ ୪ ଜଣ ଲେଖାଏଁ, ବୌଦ୍ଧ ଓ କଳାହାଣ୍ଡିରୁ ୩ ଜଣ ଲେଖାଏଁ, ବାଲେଶ୍ଵର, ଗଞ୍ଜାମ, ଝାରସୁଗୁଡା, କେନ୍ଦ୍ରାପଡା, ପୁରୀ ଓ ରାୟଗଡାରୁ ୨ ଜଣ ଲେଖାଏଁ, ଢେଙ୍କାନାଳ, କନ୍ଧମାଳ, ନୟାଗଡ଼, ଓ ସମ୍ଵଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି.

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୨୩୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୯୫୭ ପଜିଟିଭି ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୨୭୮ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୪୨୪୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୭୨୬ ସଂକ୍ରମିତ । ସେହିଭଳି କଟକରୁ ୫୫୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

Leave a Reply

Your email address will not be published. Required fields are marked *