ରାଜ୍ୟରେ ପୁଣି ୪୭ ଜଣଙ୍କ ଜୀବନ ନେଲା ମହାମାରୀ କରୋନା ।

ଚିନ୍ତା ବଢାଉଛି କରୋନା। ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ରୋକ ଲାଗୁ ନାହିଁ ।  ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୭ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୨୫୭ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬ ଜଣ, କଟକରୁ ୫ ଜଣ, ଅନୁଗୋଳ ଓ ବରଗଡରୁ ୪ ଜଣ ଲେଖାଏଁ, ବାଲେଶ୍ଵର, ଭଦ୍ରକ, ବୌଦ୍ଧ, ଢେଙ୍କାନାଳ, ଗଞ୍ଜାମ ଓ ନୟାଗଡରୁ ୩ ଜଣ ଲେଖାଏଁ, ଜଗତସିଂହପୁର, କେନ୍ଦ୍ରାପଡା, ଓ ପୁରୀରୁ ୨ ଜଣ ଲେଖାଏଁ, ବଲାଙ୍ଗୀର, ଯାଜପୁର, ରାୟଗଡା ଓ ସୁନ୍ଦରଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସେପଟେ ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୪୮୫୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୭୬୫ ପଜିଟିଭି ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୦୮୭ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୪୭୩୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୬୪୯ ସଂକ୍ରମିତ ।

Leave a Reply

Your email address will not be published. Required fields are marked *