ଦୁଃଖଦ ଦିନ। ରାଜ୍ୟ ରେ ୧୨ ଘଣ୍ଟା ଭିତରେ ୨ ଦୁର୍ଘଟଣା ରେ ଗଲା ୧୧ ଜୀବନ।

ବାଲେଶ୍ଵର/ସୋନପୁର  : ଆଜି ରାଜ‌୍ୟରେ ୨ଟି ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଛି। ମାତ୍ର ୧୨ ଘଣ୍ଟା ମଧ୍ୟରେ ଘଟିଥିବା ଉଭୟ ଦୁର୍ଘଟଣାରେ ଜଣେ ଶିଶୁ ଓ ମହିଳାଙ୍କ ସମେତ ୧୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୫ରୁ ଅଧିକ ଯାତ୍ରୀ ଗୁରୁତର ହୋଇଛନ୍ତି। ଗୁରୁତର ମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୋନପୁର ଉପକଣ୍ଠ ମହାନଦୀ ବ୍ରିଜ୍‌ ଉ‌ପରେ ଶୁକ୍ରବାର-ଶନିବାର ରାତି ପ୍ରାୟ ୨ଟାରେ ପ୍ରଥମ ଦୁର୍ଘଟଣା ଘଟିଥିବା ବେଳେ ବାଲେଶ୍ବର ଜିଲ୍ଲା ଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥର ବାଲେଶ୍ବର ଜିଲ୍ଲା ସୋର ଥାନା ଅଞ୍ଚଳରେ ଘଟିଛି ଦ୍ବିତୀୟ ଦୁର୍ଘଟଣା।ବାଲେଶ୍ବର ଜିଲ୍ଲାର ସୋର ନିକଟସ୍ଥ ବିଦୁ ଛକରେ ଆଜି ଅପରାହ୍ନ ପ୍ରାୟ ୧ଟାରେ ଯାତ୍ରୀବାହୀ ବସ୍‌ ‘ଶାନ୍ତିଲତା’କୁ ଧକ୍କା ଦେବାରୁ ଦୁର୍ଘଟଣା ଘଟିଛି। ଏ

ହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ୧ ବର୍ଷର ଶିଶୁ ଓ ଜଣେ ମହିଳାଙ୍କ ସମେତ ମୋଟ୍‌ ୬ ଜଣ ଯାତ୍ରୀଙ୍କର ମୃତ୍ୟୁ ହୋଇଛି। ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ମାଣିତ୍ରୀ ଠାରୁ ପ୍ରାୟ ୫୦ ଜଣ ଯାତ୍ରୀଙ୍କୁ ନେଇ ବସ୍‌ଟି ଭୁବନେଶ୍ବର ଅଭିମୁଖେ ବାହାରିଥିଲା। ଏହା ବିଦୁ ଛକଠାରେ ପହଞ୍ଚିବା ପରେ କୋଇଲା ବୋଝେଇ ଦ୍ରୁତଗାମୀ ଟ୍ରକ୍‌ ଧକ୍କା ଦେଇଥିଲା। ଆହତମାନଙ୍କୁ ପ୍ରଥମେ ସୋର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ବେଳେ ଗୁରୁତରମାନଙ୍କୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି। ଗୁରୁତରମାନଙ୍କୁ କଟକ ବଡ଼ ଡାକ୍ତରଖାନାକୁ ପଠାଯାଇପାରେ ବୋଲି ବି ସୂଚନା ରହିଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଘଟଣା ସ୍ଥଳରେ ଆଞ୍ଚଳିକ ପରିବହନ ଅଧିକାରୀ ରଶ୍ମିରଂଜିତ ଦଳବେହେରା ପହଞ୍ଚିବା ସହ ଉଦ୍ଧାର କାର୍ଯ୍ୟକୁ ତ୍ବରାନ୍ବିତ କରୁଛନ୍ତି।

ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏତଦବ୍ୟତୀତ ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ଵ୍ୟକ୍ତି ମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସୋମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି

Leave a Reply

Your email address will not be published. Required fields are marked *