ତୈଳଦର ଵୃଦ୍ଧି ପରେ ରାଜ୍ୟରେ ବଢିଲା ବସ୍ ଭଡା

ଭୁବନେଶ୍ବର: ଖାଉଟିଙ୍କୁ ମହଙ୍ଗା ମାଡ । ରାଜ୍ୟରେ ପୁଣି ବଢିଲା ବସ୍ ଭଡା। ଡିଜେଲ ଦର ବୃଦ୍ଧି ଯୋଗୁ ବସଭଡା ବୃଦ୍ଧି ପାଇଛି। ସାଧାରଣ ବସ୍ ଭଡା କିଲୋମିଟର ପିଛା ୮୭ରୁ ୯୦ ପଇସାକୁ ବୃଦ୍ଧି । ସେହିପରି ଏକ୍ସପ୍ରେସ୍ ବସ ଭଡା କିଲୋମିଟର ପିଛା ୯୧ରୁ ୯୪ ପଇସାକୁ ବୃଦ୍ଧି ପାଇଛି । ତା ସହିତ ଡିଲକ୍ସ ବସ ଭଡା ୧ଟଙ୍କା ୨୫ ପଇସାରୁ ୧ ଟଙ୍କା ୩୧ ପଇସାକୁ ବୃଦ୍ଧି ପାଇଛି ଓ ଏସି ଡିଲକ୍ସ ଭଡା ୧ ଟଙ୍କା ୫୩ ପଇସାରୁ ୧ଟଙ୍କା ୫୯ ପଇସାକୁ ବୃଦ୍ଧି ପାଇଛି । ଅନ୍ୟପଟେ ସୁପର ପ୍ରିମିୟମ ଭଡା ୨ ଟଙ୍କା ୩୮ ପଇସାରୁ ୨ ଟଙ୍କା ୪୭ ପଇସାକୁ ବୃଦ୍ଧି ପାଇଛି । ଭଡା ବୃଦ୍ଧି ନେଇ ଅଲ ଓଡିଶା ଘରୋଇ ବସ୍ ମାଲିକ ସଂଘ ସମ୍ପାଦକ ଏହି ସୂଚନା ଦେଇଛନ୍ତି ।ସୂଚନାଯୋଗ୍ୟ ଯେ, ୧୦ ଦିନରେ ଲଗାତର ୯ ଦିନ ଧରି ବଢିଚାଲିଛି ତୈଳ ଦର । ଆଜି ବି ପୁଣି ବଢିଛି ତେଲ ଦର । ଆଜି ଦେଶରେ ୮୦ ପଇସା ଲେଖାଏଁ ବଢିଛି ଉଭୟ ପେଟ୍ରୋଲ ଓ ଡିଜେଲ ଦର । ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ଯୋଗୁଁ ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀ ମଧ୍ୟ ବୃଦ୍ଧି ପାଉଛି । ଯାହାର ସିଧାସଳଖ ପ୍ରଭାବ ଜନସାଧାରଣଙ୍କ ପକେଟ୍ ଉପରେ ପଡ଼ିଛି । ଆଗକୁ ମଧ୍ୟ ପେଟ୍ରୋଲ ଓ ଡିଜେଲ୍ ଦର ଆହୁରି ବୃଦ୍ଧି ପାଇବ ବୋଲି ବିଶେଷଜ୍ଞମାନେ କହିଛନ୍ତି ।

Leave a Reply

Your email address will not be published. Required fields are marked *