ଆଗାମୀ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା, ଜାରି ହେଲା ଅରେଞ୍ଜ ଚେତାବନୀ

ଭୁବନେଶ୍ବର : ବଙ୍ଗୋପସାଗରରେ ସକ୍ରିୟ ରହିଛି ସୁଦୃଶ ଲଘୁଚାପ। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ପଶ୍ଚିମ ଦିଗରେ ଗତିକରି ଉତ୍ତର-ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳ ମୁହାଁଇବା ସମ୍ଭାବନା ରହିଛି । ପ୍ରଭାବରେ ଆଜି ଠାରୁ ଦୁଇ ଦିନ ପର୍ଯ୍ୟନ୍ତ ସାରା ଓଡିଶାରେ ପ୍ରବଳ ବର୍ଷା ହେବ। ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଉତ୍ତର ଉପକୁଳ ଓଡ଼ିଶାର ୯ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ନେଇ ୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତା କାଲି ପ୍ରବଳ ରୁ ଅତି ପ୍ରବଳ ବର୍ଷା ନେଇ ବଲାଙ୍ଗିର, ବରଗଡ, ସୋନପୁର, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, କେନ୍ଦୁଝର, ଅନୁଗୁଳ, ଦେବଗଡ, ଢେଙ୍କାନାଳ ଏବଂ ମୟୁରଭଞ୍ଜକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର 

ସେହିଭଳି ପ୍ରବଳ ବର୍ଷା ନେଇ ଉତ୍ତର-ଉପକୂଳ ସମେତ ଦକ୍ଷିଣ ଓଡ଼ିଶାର ୧୩ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଅକ୍ଟୋବର ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ବର୍ଷା ଲାଗି ରହିବ । ୪ ତାରିଖରେ କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ଉତ୍ତର ଓଡିଶାରେ ପ୍ରଚଣ୍ଡ ବିଜୁଳି ଘଡ଼ଘଡ଼ି ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ବାରଣ କରାଯାଇଛି।ଅନ୍ୟପଟେ ସେପ୍ଟେମ୍ବର ୧ ତାରିଖଠୁ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୧୧୫.୪ ମିଲି ମିଟର ବର୍ଷା ରେକର୍ଡ କରାଯାଇଛି ଯାହା ସ୍ଵାଭାବିକ ବର୍ଷା ଠାରୁ ୩ ପ୍ରତିଶତ ନିଅଣ୍ଟିଆ ରହିଛି। ରାଜ୍ୟର ତିନି ଜିଲ୍ଲା ଢେଙ୍କାନାଳ, ବୌଦ୍ଧ, ଝାରସୁଗୁଡ଼ା ଜିଲ୍ଲାରେ ଅଧିକ ବର୍ଷା ରେକର୍ଡ ହୋଇଥିବା ବେଳେ ଅନ୍ୟ ତିନି ଜିଲ୍ଲା ପୁରୀ,କେନ୍ଦ୍ରାପଡା,ନବରଙ୍ଗପୁରରେ ନିଅଣ୍ଟିଆ ବର୍ଷା ହୋଇଛି ଅନ୍ୟ ବାକି ଜିଲ୍ଲା ମାନଙ୍କରେ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାର ସୋରୋ ଅଞ୍ଚଳରେ ୧୧୩. ମିଲି ମିଟର ବର୍ଷା ରେକର୍ଡ ହୋଇଛି। ସେପଟମ୍ବର ମାସରେ ୩୩୨.୧ ମିଲି ମିଟର ବର୍ଷା ରେକର୍ଡ କରାଯାଇଛି ଯାହା ସ୍ଵାଭାବିକ ବର୍ଷା ୨୩୫.୭ ତୁଳନାରେ ୪୧ ପ୍ରତିଶତ ଅଧିକ ରହିଛି।

Leave a Reply

Your email address will not be published. Required fields are marked *